ଭୁବନେଶ୍ବର: ପୁଣି କଲବଲ କରିବ ତାତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବାକୁ ଥିବାବେଳେ ତାତି ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମାଝଡ ପ୍ରଭାବରେ ବାୟୁ ମଣ୍ଡଳରେ ଶୁଷ୍କତା ବଢିବା ସହ ଟାଣ ଖରା ଅନୁଭୂତ ହେବ । ଏ ନେଇ ଅଧିକାଂଶ ଜିଲ୍ଲାକୁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ ଭାବରେ ଟ୍ବିନ୍ ସିଟି ସମେତ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ପାରଳାଖେମୁଣ୍ଡି , ଟିଟଲାଗଡ , ଭବାନୀପାଟଣା , ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ବୋଲି ଆକଳନ କରାଯାଇଛି। ତେବେ ୧୪ ତାରିଖରେ ରାଜ୍ୟରେ ପୁଣି ସକ୍ରିୟ ହେବ ପଶ୍ଚିମାଝଡ। ଏହାର ପ୍ରଭାବରେ ୧୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |