ରାଜ୍ୟରେ ବଢ଼ିଲା ତାପମାତ୍ରା

ଭୁବନେଶ୍ବର,୨୩ା୩:   ସାରା ରାଜ୍ୟରେ ତାପମାତ୍ରା   ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଯାଇଥିଲା। ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ପହଞ୍ଚିଥିଲା। ଆଜି(ଶନିବାର) ଓ ରବିବାର ମଧ୍ୟ ସମାନ ସ୍ଥିତି ଳାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡିଶାରେ କୋହଲା ପାଗ ରହିବ। ୨୬ ତାରିଖଠାରୁ ପୁଣି ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଗତକାଲି ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଟପିଯାଇଥିଲା । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ପହଞ୍ଚିଥିଲା । ଆଜି ଓ କାଲି ମଧ୍ୟ ସମାନ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ତେବେ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିବ । ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି । ମାର୍ଚ୍ଚ ଶେଷ ବେଳକୁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଛୁଇଁପାରେ । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ । ଅନ୍ୟପଟେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇଛି ଢେଙ୍କାନାଳ ସହର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!