ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

କଟକ,୨୯ା୩:  ବିଜେପିରୁ ଇସ୍ତଫା ଦେଇଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାରତୀୟ ଜନତା ପାର୍ଟିର କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରା ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ପାର୍ଟିରୁ ବିଦାୟ ନେଇଛନ୍ତି । ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ତେବେ ଇସ୍ତଫା ପରେ ସେ କେଉଁ ଦଳରେ ସାମିଲ ହେବେ, ସେ ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ପାରିନାହିଁ ।ସୂଚନାଯୋଗ୍ୟ, ପ୍ରକାଶ ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲେ। ସେ ସେହି ବର୍ଷ ଭାଜପା ଟିକେଟ୍‌ରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କଠାରୁ ପରାସ୍ତ ହୋଇଥିଲେ। ୨୦୧୪ରେ ପ୍ରକାଶ ଏହି ଆସନରୁ କଂଗ୍ରେସ ଟିକେଟ୍‌ରେ ବିଜୟୀ ହୋଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!