ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ,୨୯ା୩: ଆଇପିଏଲରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ । ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ୫ ଉଇକେଟ ହରାଇ ୧୮୫ ରନ୍‌ କରିଥିଲା। ଜବାବରେ ଦିଲ୍ଳୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା।୯ମ ଲିଗ୍‍ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୧୨ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି । ରିୟାନ ପରାଗଙ୍ଗ ଧୂଆଁଦାର ବ୍ୟାଟିଂ ବଳରେ ବିଜୟ ହୋଇଛି ରାଜସ୍ଥାନ ରୟାଲ୍ସ । ୪୫ଟି ବଲରୁ ୮୪ରନ କରିଥିବା ରିୟାନ ପରାଗ ମ୍ୟାଚର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି । ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୫ୱିକେଟରେ ୧୮୫ ରନ କରିଥିଲା । ଜବାବରେ ଦିଲ୍ଲୀ ୨୦ ଓଭରରେ ୫ ୱିକେଟ ବିନିମୟରେ ୧୭୩ରନ କରିପାରିଥିଲା । ବିଜୟୀ ରାଜସ୍ଥାନ ପକ୍ଷରୁ ନାନ୍ଦ୍ରେ ବର୍ଜର ଓ ୟୁଜବେନ୍ଦ୍ର ଚହଲ ୨ଟି ଲେଖାଏଁ ୱିକେଟ ନେଇଥିଲେ । ଆଜିର ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ କୋଲକାତା ନାଇଟ ରାଇଡର୍ସ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!