ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି

ଭୁବନେଶ୍ବର,୨୯।୩  : ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରି ଉପରେ ପାରଦ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଗତକାଲି ରାଜ୍ୟର ଏକାଧିକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ନିକଟତର ହୋଇଥିବା ବେଳେ ୧୩ ସହରରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହିଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରାରେ ଆହୁରି ବୃଦ୍ଧି ହେବାକୁ ଥିବାର ସମ୍ଭବତଃ ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ଆଶଙ୍କା ସୃଷ୍ଟି ହୋଇଛି।ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ଅନୁସାରେ ଶୁକ୍ରବାର ଦିନ ସାଢ଼େ ୧୧ ଟା ସୁଦ୍ଧା ରାଜ୍ୟର କିିଛି ସହରର ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି। ସାଢେ ୧୧ସୁଦ୍ଧା ଚାନ୍ଦବାଲି ୩୬.୨ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର  ରହିଥିବା ବେଳେ ଭୁବନେଶ୍ବର ଏବଂ କେନ୍ଦୁଝର ତାପମାତ୍ରା ୩୬ ଡିଗ୍ରୀ ,ଝାରସୁଗୁଡ଼ା ୩୫.୪ ଓ ସମ୍ବଲପୁର ୩୫.୨ ଡିଗ୍ରୀ ,ହୀରାକୁଦ ୩୪.୬ ଓ ବାଲେଶ୍ବର ୩୪.୨ ଡିଗ୍ରୀ , ରାଉରକେଲା ୩୩.୪ ଡିଗ୍ରୀ,ପୁରୀ ୩୨.୪ଡିଗ୍ରୀ, ପାରାଦୀପ: ୩୧.୪ ଡିଗ୍ରୀ, ଗୋପାଳପୁର ୩୦.୮ ଡିଗ୍ରୀ ତାପମାତ୍ରା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!