ଆଜି ୫ ଜଣଙ୍କୁ ମିଳିବ ଭାରତ ରତ୍ନ

ନୂଆଦିଲ୍ଲୀ,,୩୦।୩ : ଆଜି ୫ ଜଣଙ୍କୁ ମିଳିବ ଭାରତ ରତ୍ନ । ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ସମ୍ମାନ ଦିଆଯିବ।ଚଳିତବର୍ଷ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଓ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କୃଷି ବିଜ୍ଞାନୀ ଏମ.ଏସ. ସ୍ବାମୀନାଥନଙ୍କୁ ସମ୍ମାନିତ କରାଯିବ। ତେବେ ଅସୁସ୍ଥ ଥିବାରୁ ଆସନ୍ତାକାଲି ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ। ରାଷ୍ଟ୍ରପତି ଭବନରେ ଭାରତ ରତ୍ନ ପ୍ରଦାନ ସମାରୋହ କରାଯିବ । ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ । ୪ ଜଣଙ୍କୁ ମିଳିବ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯିବ ।କର୍ପୂରୀ ଠାକୁର, ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନ ପିଭି ନରସିଂହରାଓ, ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ଦିଆଯିବ । ଏନେଇ ପୂର୍ବରୁ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଏକ୍ସ ହ୍ୟାଣ୍ଡଲରେ ଏନେଇ ଦେଶବାସୀଙ୍କୁ ସୂଚନା ଦେଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!