ଭୁବନେଶ୍ବର ,୩୦।୩:ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଇସ୍ତଫାପତ୍ରରେ ସେ ତାଙ୍କ କ୍ଷୋଭ ପ୍ରକାଶ କରିଛନ୍ତି।ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି।ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା। ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳରେ ଲଗାତାର ଅବହେଳା ଅଭିଯୋଗ କରି ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ଦଳର ସଭାପତିଙ୍କ ପାଖକୁ ପଠାଇଛନ୍ତି। ପ୍ରିୟଦର୍ଶୀ ମିଶ୍ର ୨୦୧୪ରୁ ୨୦୧୯ ଯାଏ ଉତ୍ତର ଭୁବନେଶ୍ବରର ବିଧାୟକ ଥିଲେ। ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା। ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିିକେଟ୍ ଦେଇଥିଲା । ସେ ହେଉଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟଶାଣୀଙ୍କ ଜାମାତା। ପ୍ରିୟଦର୍ଶୀ ମିଶ୍ର ବିଜେପିରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ମଧ୍ୟ ଗୋଟିଏ ମହଲରେ ଆଲୋଚନା ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |