ନୂଆଦିଲ୍ଲୀ, ୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶ ମିରଟରେ ଆଜି ନିର୍ବାଚନ ରାଲି କରିବେ |ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ ମିରଟ ସଂସଦୀୟ କ୍ଷେତ୍ରରୁ ବିଜେପିର ପ୍ରାର୍ଥୀ ହୋଇଛନ୍ତି ପପୁଲାର ରାମାୟଣ ସିରିୟଲର ରାମଙ୍କ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ । ତାଙ୍କ ପାଇଁ ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ। ସେପଟେ ୟୁପି , ଲକ୍ଷ୍ନୌରେ ବସିଛି ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା , ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ ଙ୍କ ସହ ବହୁ ବରିଷ୍ଠ ନେତା ବୈଠକରେ ଉପସ୍ଥିତ ଥିଲେ। ଏଥର ୮୦ରୁ ୮୦ ଲୋକସଭା ସିଟକୁ ବିଜେପି କ୍ଲିନ୍ ସ୍ବିପ୍ କରିବ। ତାସହ ସାରା ଦେଶରେ ୪୦୦ ପାର୍ ଟାର୍ଗେଟ୍ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିବ ବୋଲି ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |