ଶଙ୍ଖ ଧରିଲେ ଚିରଞ୍ଜୀବ ବିଶ୍ୱାଳ-ସୁକାନ୍ତ ନାୟକ

ଭୁବନେଶ୍ୱର,୩୧।୩:ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଆଜି ବିଜେଡିରେ ମିଶିଛନ୍ତି। ଶଙ୍ଖ ଭବନରେ ସାଂସଦ ସସ୍ମିତ ପାତ୍ର ଓ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଚିରଞ୍ଜୀବ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହୋଇଥିଲେ।ବିଜେଡିରେ ମିଶିଲେ ସୁକାନ୍ତ ନାୟକ ଓ ଚିରଞ୍ଜୀବ ବିଶ୍ୱାଳ। ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ବିଜେଡିରେ ମିଶିଛନ୍ତି। ସୁକାନ୍ତ ପୂର୍ବରୁ ବିଜେଡିରେ ଥିଲେ ଗତ ୨୦୧୯ ନିର୍ବାଚନରେ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। କିନ୍ତୁ ଏବେ ଠିକ୍ ନିର୍ବାଚନ ପୂର୍ବରୁ ପୁଣି ଦଳ ବଦଳାଇଛନ୍ତି। ଆଉ ବିଜେଡିକୁ ଫେରି ଆସିଛନ୍ତି ।ସେହିପରି ୨୦୧୪ରେ ଚିରଞ୍ଜୀବ କଂଗ୍ରେସ ଟିକେଟରେ ଜଗତସିଂହପୁରରୁ ବିଧାୟକ ହୋଇଥିଲେ। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଚିରଞ୍ଜୀବ ବିଶ୍ୱାଳ । ଦୀର୍ଘ ଦିନ ଧରି ଦଳର ନେତୃତ୍ୱକୁ ନେଇ ସେ ଅସନ୍ତୁଷ୍ଟ ଥିଲେ । ପୂର୍ବରୁ ମଧ୍ୟ ସେ ଦଳର ନେତୃତ୍ୱଙ୍କ ବିରୋଧରେ ସମ୍ୟକ ବିଦ୍ରୋହ କରିଥିବା ଦେଖାଯାଇଥିଲା । ଚିରଞ୍ଜୀବ ଦୁଇ ଥର କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ସେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୧୪ରେ ସେ ଜଗତସିଂହପୁର ବିଧାନସଭା ଆସନରୁ ବିଜୟୀ ହୋଇଥିଲେ।ବିଜେଡିରେ ମିଶିବା ପରେ ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ନବୀନଙ୍କ ନେତୃତ୍ୱ ଓ ୨୫ ବର୍ଷର ଜନାଭିମୁଖୀ କାର୍ଯ୍ୟକ୍ରମରେ ଆକୃଷ୍ଟ ହୋଇ ବିଜେଡିକୁ ଆସିଛି। ଏଥର ୧୨୦ରୁ ଅଧିକ ବିଧାୟକ ଓ ୧୫ରୁ ଅଧିକ ସାଂସଦଙ୍କୁ ଜିତେଇବାରେ ସହଯୋଗ କରିବୁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!