ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍ଜେଟ୍ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ ଲାଗିଥିବାରୁ ଯାତ୍ରୀଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି।ସ୍ପାଇସଜେଟ୍ ପର୍ଯ୍ୟାୟକ୍ରମେ କୋଲକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ମୁମ୍ୱାଇକୁ ବିମାନସେବା ବନ୍ଦକରିସାରିଥିବା ବେଳେ ଏବେ ଦିଲ୍ଲୀକୁ ବିମାନସେବା ବନ୍ଦ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |