ଭୁବନେଶ୍ୱର,୧ା୪: ଆଜି ଉତ୍କଳ ଦିବସ । ୧୯୩୬ ଆଜିର ଦିନରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠିତ ହୋଇଥିଲା। ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଇଆସୁଛି। ଏହି ଦିନଟି ସମଗ୍ର ଓଡ଼ିଆ ଜାତି ପାଇଁ ଗର୍ବ ଓ ଗୌରବର ଦିନ।। ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ନିଜକୁ ଗର୍ବିତ ଅନୁଭବ କରନ୍ତି ପ୍ରତ୍ୟେକ ଓଡ଼ିଆ । ଯେଉଁ ଦିନ ଭାଷା ଭିତ୍ତିରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ରାଜ୍ୟ । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷା ଭିତ୍ତିରେ ସ୍ବତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେ ପକାଉଛନ୍ତି । ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା। ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଇଆସୁଛି। ଓଡ଼ିଆ ବୀରମାନଙ୍କ ବହୁ ଦିନ ଦିନର ସଂଗ୍ରାମ, ଉଦ୍ୟମ ଏବଂ ପରିଶ୍ରମ ପରେ ୧୯୩୬ ଆଜିର ଦିନରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠିତ ହୋଇଥିଲା। ଏହି ଦିନଟି ସମଗ୍ର ଓଡ଼ିଆ ଜାତି ପାଇଁ ଗର୍ବ ଓ ଗୌରବର ଦିନ।ଓଡ଼ିଶା ଗଠନରେ ଯେଉଁ ଓଡ଼ିଆ ବରପୁତ୍ରମାନଙ୍କ ଅବଦାନ ରହିଥିଲା ସେମାନଙ୍କ ମଧ୍ୟରେ ଉତ୍କଳ ଗୌରବ ମଧୂସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ମହାରାଜ କୃଷ୍ଣଚନ୍ଦ୍ର ଗଜପତି, ଫକୀର ମୋହନ ସେନାପତି, ସ୍ବଭାବ କବି ଗଙ୍ଗାଧର ମେହେର ରହିଛନ୍ତି। ଏମାନେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପ୍ରଦେଶ ଗଠନ କରିବା ପାଇଁ ବହୁ ପରିଶ୍ରମ କରିଥିଲେ। ସେମାନଙ୍କର ଉଦ୍ୟମ ଶେଷରେ ସଫଳ ହୋଇଥିଲା। ୧୯୩୬ ଏପ୍ରିଲ ୧ରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା। ରାଜ୍ୟ ଗଠନରେ ଯୋଗଦାନ ଦେଇଥିବା ବରପୁତ୍ରଙ୍କୁ ଆଜିର ଦିନରେ ସମସ୍ତେ ମନେ ପକାଉଛନ୍ତି।ଏହି ଦିନ ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏପ୍ରିଲ 1 ତାରିଖ । ଇଏ ସେହି ଦିନ ଯେଉଁ ଦିନ ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା ପାଇ ଜନ୍ମ ନେଇଥିଲା ଆମ ରାଜ୍ୟ । ମୟୂରଭଞ୍ଜରୁ ମାଲକାନଗିରି, ନୂଆପଡ଼ାରୁକେନ୍ଦ୍ରାପଡ଼ା, ଆଜି ଯେଉଁ ମାତ୍ର 30 ଜିଲ୍ଲା ଭିତରେ ଆବଦ୍ଧ । ଦିନ ଥିଲା ଏହି ଉତ୍କଳ ଗଙ୍ଗାଠାରୁ ଗୋଦାବରୀ ଯାଏଁ ଥିଲା ପରିବ୍ୟାପ୍ତ । 1936 ମସିହାରେ ଯେତେବେଳେ ସେ ନୂଆ ପରିଚୟ ପାଇଲା ସେତେବେଳେ ଭାଷା ଭିତ୍ତିରେ ଭାରତରେ ଗଠନ ହୋଇଥିଲା ପ୍ରଥମ ରାଜ୍ୟ। ଯାହାର ନାଁ ହେଲା ଓଡ଼ିଶା। ଏହି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗରେ ମୁଖ୍ୟ ବିନ୍ଧାଣୀ ସାଜିଥିଲେ ଆମ ମାଟିର ବୀରପୁତ୍ର।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |