ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ,,୧ା୪: ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ଏହି ନୀତି ସଂପନ୍ନ କରାଯିବ। ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ମିଳିଛି।   ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ନୀତି ହେବ । ଏହାପରେ ୧୦ ଟା ପରେ ପୁଣିଥରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଅନୁମତି ମିଳିପାରିବ ।ଆଜି ଶ୍ରୀମନ୍ଦିର ମହାପ୍ରଭଙ୍କୁ ଖସାପଡ଼ା ନୀତି ସମ୍ପନ୍ନ ହେବ। ଏହା ଶ୍ରୀଜିଉଙ୍କ ଗୁପ୍ତ ସେବା ହୋଇଥିବାରୁ ଏହି ସେବା ସମୟରେ ଠାକୁରଙ୍କ ଦର୍ଶନ ବାରଣ କରାଯାଇଛି । ଖସାପଡ଼ା ନୀତି ମହାପ୍ରଭଙ୍କୁ ଗୁପ୍ତ ସେବା। ଏହି ସମୟରେ ଠାକୁରଙ୍କ ଦର୍ଶନକୁ ବାରଣ କରାଯାଇଥାଏ। ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତିମାନେ ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦ୍ୱିପହରଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!