କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଭୁବନେଶ୍ୱର,୧।୪:ଓଡ଼ିଶାର ସୁନାମଧନ୍ୟ ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ଶାନ୍ତିଲତାଙ୍କ ମୃତ୍ୟୁକୁ ସ୍ପଷ୍ଟ କରି ସୂଚନା ଦେଇଛନ୍ତି ସ୍ୱାମୀ ବସନ୍ତ କୁମାର ଛୋଟରାୟ । ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହୋଉଥିଲେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି।ଶାନ୍ତିଲତା ଓଡ଼ିଶାରେ ଅନେକ ଭଜନ ସଂଗୀତ ଗାଇ ଲୋକଙ୍କ ହୃଦୟରେ ଆଜି ବି ଘର କରି ରହିଛନ୍ତି । ତାଙ୍କର ମୃତ୍ୟୁ ଖବରକୁ ନେଇ ଓଲିଉଡ଼ ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି ।ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତ ଜଗତର ଜଣେ ପରିଚିତ କଣ୍ଠଶିଳ୍ପୀ ଥିଲେ । ନିଜ କଣ୍ଠର ଯାଦୁଗରିରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଓ ବିଭୁ ଚେତନା ସୃଷ୍ଟି କରୁଥିଲା । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଥିଲା । ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରରେ ୧ ଅକ୍ଟୋବର ୧୯୬୦ରେ ଜନ୍ମ ହୋଇଥିଲେ ଶାନ୍ତିଲତା। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ସଙ୍ଗୀତରେ ଆଚାର୍ଯ୍ୟ କରିଥିବା ଶାନ୍ତିଲତା ବିଶିଷ୍ଟ ସଙ୍ଗୀତ ଗୁରୁ ବାଳକୃଷ୍ଣ ଦାସ, ମାର୍କଣ୍ଡେୟ ମହାପାତ୍ର, ସିଂହାରୀ ଶ୍ୟାମସୁନ୍ଦର କର, ଗୋପାଳ ପଣ୍ଡା ପ୍ରମୁଖଙ୍କଠାରୁ ସଙ୍ଗୀତ ଶିକ୍ଷା ନେଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!