ଭୁବନେଶ୍ୱର,୨।୪:କଂଗ୍ରେସରୁ ଆଜି ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏନେଇ ସେ ଏକ୍ସରେ ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଥିବା କହିଛନ୍ତି। ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି। ଗଣେଶ୍ୱର ବେହେରା ପିସିସି ମିଡିଆ ସେଲ ଅଧ୍ୟକ୍ଷ ଥିଲେ। ଗତ ଜାନୁଆରୀ ମାସରେ ତାଙ୍କୁ ଏହି ପଦରୁ ହଟାଯାଇ ବିଶ୍ୱରଞ୍ଜନ ମହାନ୍ତିଙ୍କୁ ମିଡିଆ ସେଲ ଅଧ୍ୟକ୍ଷ କରାଯାଇଥିଲା। ଏହାପରେ ଦଳ ପ୍ରତି ତାଙ୍କର ଅସନ୍ତୋଷ ବଢିଥିଲା। ଗଣେଶ୍ୱର ବେହେରା କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |