ଓ୍ୱାୟନାଡରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୪: କେରଳର ଓ୍ୱାୟନାଡରୁ ନାମଙ୍କନ ଦାଖଲ କଲେ କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ସମୟରେ ଭଉଣୀ ପ୍ରିୟଙ୍କା ଗାନ୍ଧି ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ହଜାର ହଜାର ସମର୍ଥକଙ୍କୁ ନେଇ ରୋଡ୍ ଶୋ’ କରିବା ପରେ ବିଶାଳ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଛନ୍ତି ରାହୁଲ। ନେତା ରାହୁଲ ଗାନ୍ଧୀ ବୁଧବାର କେରଳର ୱାୟନାଡ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ରାହୁଲ ୱାୟନାଡରେ ଏକ ରୋଡ ସୋ କରିଥିଲେ। ରୋଡ ସୋ’ରେ ବିପୁଳ ଲୋକ ଜମା ହୋଇଥିଲେ।ତେବେ ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କୁ ସମ୍ବୋଧନ କରି ରାହୁଲ କହିଥିଲେ, ‘ମୁଁ ୱାୟନାଡକୁ ୫ ବର୍ଷ ପୂର୍ବେ ଆସିଥିଲି। ସେହି ସମୟରେ ମୁଁ ଏଠାରେ ନୂଆ ଥିଲି। ଆଶା କରୁଛି ଆପଣଙ୍କ ପରିବାରର ମୁଁ ଅଂଶ ହୋଇପାରିବି। ଏହା କୌଣସି ରାଜନୈତିକ ବିବୃତ୍ତି ନୁହେଁ।’

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!