ଅବକାରୀ ନୀତି ମାମଲା , ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୩।୪:ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ନିଜ ଗିରଫଦାରୀ ଓ ନ୍ୟାୟିକ ହେପାଜତକୁ ବିରୋଧ କରି କୋର୍ଟରେ ଆବେଦନ କରିଥିଲେ। ଏହାପରେ କୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଜବାବ ତଲବ କରିଥିଲେ। ମଙ୍ଗଳବାର ଜବାବ ଦାଖଲ କରିଥିଲା। ଆଜି ଏହି ଆବେଦନର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। ଉଭୟ ପକ୍ଷର ତର୍କ ଶୁଣିବା ପରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତାକାଲି କେଜ୍ରିଓ୍ୱାଲଙ୍କୁ ଗିରଫଦାରୀକୁ ମୁକ୍ତ ମିଳିବ ନା ନାହିଁ ସେ ନେଇ କୋର୍ଟ ନିଷ୍ପତ୍ତି ଶୁଣାଇବେ।ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମାଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଗିରଫଦାରୀ ଏବଂ ବିଚାର ଅଦାଲତ ଦ୍ୱାରା ପ୍ରଦାନ କରାଯାଇଥିବା ଇଡି ରିମାଣ୍ଡକୁ ଚ୍ୟାଲେଞ୍ଜ କରି ଦାଖଲ କରିଥିବା ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!