ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି

ଭୁବନେଶ୍ୱର,୪।୪: ରାଜ୍ୟରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ପିଇବାକୁ ପିଲା ମାନଙ୍କୁ ବିରତି ମିଳିବ। ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି।ନିୟମିତ ବ୍ୟବଧାନରେ ଜଳ ବିରତି ଘଣ୍ଟି ବଜାଇବା ନେଇ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ନିଆଯାଇଛି ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ। ଏବେ ସକାଳୁଆ ଚାଲୁଥିବାରୁ ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ଘଣ୍ଟି ବାଜିବ।ଜଳ ବିରତି ଘଣ୍ଟି ବଜାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନେଇଛି ନିଷ୍ପତ୍ତି। ଏନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଚିଠି କରାଯାଇଛି। ତାପମାତ୍ରା ବୃଦ୍ଧି ହେତୁ ନିର୍ଜଳୀକରଣ (ଡିହାଇଡ୍ରେସନ) ଜନିତ ସମସ୍ୟାକୁ ପୂର୍ବାନୁମାନ କରି ରାଜ୍ୟର ସମସ୍ତ ବିଦ୍ୟାଳୟରେ ‘ଜଳ ବିରତି ଘଣ୍ଟି’ ଲାଗୁ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।ଏଥିରେ ଉଲ୍ଲେଖ କରାଯାଇଛି, ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ। ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ବାଜିବ ଜଳ ବିରତି ଘଣ୍ଟି। ଜଳ ବିରତି ଘଣ୍ଟି ବାଜିଲେ କ୍ଲାସରେ ଥିବା ପିଲା ପାଣି ପିଇବେ। ସମସ୍ତ ଛାତ୍ରଛାତ୍ରୀ ଉଦ୍ଦିଷ୍ଟ ସମୟରେ ପାଣି ପିଉଛନ୍ତି ନା ନାହିଁ, ଏହାକୁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ତଦାରଖ କରିବେ। ଏହା ସହିତ ସ୍କୁଲ ଯିବା ଆସିବା ସମୟରେ ଛତା କିମ୍ବା ଟୋପି ବ୍ୟବହାର କରିବା ପାଇଁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେବେ ବୋଲି ଚିଠିରେ ଲେଖାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!