ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ :୧୧ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୫।୪:ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ।  ଏଭଳି ସ୍ଥିତି ଆହୁରି ୨ ରୁ ୩ ଦିନ ଲାଗି ରହିବ। ସମ୍ଭାବ୍ୟ ସ୍ଥିତିକୁଦେଖି ୬ ତାରିଖ ଯାଏଁ ୧୧ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ସେ ସବୁଜିଲ୍ଲା ହେଉଛି, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ବଲାଙ୍ଗିର,କଳାହାଣ୍ଡି, ମାଲକାନଗିରି, କୋରାପୁଟ ଏବଂ ଢେଙ୍କାନାଳ।। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକରର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। କେନ୍ଦୁଝରରେ ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲି ୩୧.୬, ଭୁବନେଶ୍ୱର ୩୧.୨, ବାଲେଶ୍ୱର ୩୦.୮, ଝାରସୁଗୁଡ଼ା ଓ ସମ୍ବଲପୁର ୩୦.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଦିନ ତାପମାତ୍ରା ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!