ଭୁବନେଶ୍ୱର,୭।୪: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏପରିକି ଆଜି ୫ ଜିଲ୍ଲାରେ ଝଡବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଥିବା ବେଳେ ଆଜି ୩ ଘଣ୍ଟା ପାଇଁ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଏବଂ କଟକ । ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ବି ରହିଛି । ଗତକାଲି ରାଜ୍ୟର ୪ ସହରରେ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ ୮ ସହରରେ ୪୨ ଛୁଇଁଥିଲା ପାରଦ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |