ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର,୭।୪:ଆଜି  ବିଜେପିରୁ ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ ସାମନ୍ତସିଂହାର। ସୋଶାଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।  ସେ ଦଳର ରାଜ୍ୟ ଉପ-ସଭାପତି ପଦରେ ରହିଥିଲେ।  ଲେଖାଶ୍ରୀ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ଗତ ୧୦ ବର୍ଷ ଧରି ମୁଁ ଭାରତୀୟ ଜନତା ପାର୍ଟିକୁ ମୋର ଝାଳ ଓ ରକ୍ତ ଦେଇଛି। ଶୃଙ୍ଖଳିତ ଭାବେ କଠିନ ପରିଶ୍ରମ କରିବା ସତ୍ତ୍ୱେ ଦଳୀୟ ନେତୃତ୍ୱଙ୍କ ଆସ୍ଥାଭାଜନ ହୋଇପାରିଲି ନାହିଁ। ତେଣୁ ଏଠାରେ ମୋର ଆଉ କିଛି କରିବାକୁ ବାକି ନାହିଁ ବୋଲି ମୁଁ ଅନୁଭବ କରୁଛି। ଓଡ଼ିଶାର ଲୋକଙ୍କ ସେବା କରିବା ପାଇଁ ମୋର ଯେଉଁ ଆଗ୍ରହ ରହିଛି ତାହା ବାଧାପ୍ରାପ୍ତ ହୋଇଛି। ଏତେ ବର୍ଷ ଧରି ଦଳ କାମ କରିବାର ସୁଯୋଗ ଦେଇଥିବାରୁ ଧନ୍ୟବାଦ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!