ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର ଓ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭।୪: ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଆଜି ବିଜେଡିରେ ମିଶିଛନ୍ତି। ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ବିଧାୟକ ପ୍ରତାପ ଜେନା ଓ ଶଶିଭୂଷଣ ବେହେରା ପ୍ରମୁଖଙ୍କ ଉପସ୍ଥିତିରେ ଗଣେଶ୍ୱର ବେହେରା ତାଙ୍କର ଶତାଧିକ ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହୋଇଛଛନ୍ତି| ବିଜେଡିରେ ମିଶିବା ପରେ ଲେଖାଶ୍ରୀ କହିଛନ୍ତି, ପରିବର୍ତ୍ତନ ଯଦିଓ ସହଜ ନୁହେଁ କିନ୍ତୁ ଏହା ନିରନ୍ତର ପ୍ରକ୍ରିୟା। BJP ନେତୃତ୍ୱଙ୍କ ବିଶ୍ୱାସଭାଜନ ହୋଇ ନପାରିବାରୁ ଦଳ ଛାଡ଼ିଲି। ଖୋଲା ହୃଦୟରେ BJDରେ ସ୍ୱାଗତ କରିଥିବାରୁ ଧନ୍ୟବାଦ। ଓଡ଼ିଶାର ଅସ୍ମିତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ ପ୍ରଶଂସନୀୟ। ବିକାଶର ଏହି ଯାତ୍ରାରେ ଗୁଣ୍ଡୁଚି ମୂଷା ପରି କାମ କରିବି। ଦଳ ଯେଉଁ କାମ, ଦାୟିତ୍ୱ ଦେବ ନିର୍ବାହ କରିବି।କଂଗ୍ରେସରୁ ଇସ୍ତଫା ଦେବା ପରେ ଗଣେଶ୍ୱର ବେହେରା କହିଥିଲେ, ୨୪ ନିର୍ବାଚନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏ ନିର୍ବାଚନ ଜିତିବାକୁ ପଡ଼ିବ। ବିଧାନସଭା ଯିବା ଲକ୍ଷ୍ୟ ପୂରଣ ପାଇଁ ଏହି ନିଷ୍ପତ୍ତି ନେଇଛି। କଂଗ୍ରେସରେ ରହି ବିଧାନସଭା ଯିବା ନେଇ ଆଶଙ୍କା ସୃଷ୍ଟି ହେଲା। ସମସ୍ତଙ୍କ ପରାମର୍ଶ ଓ ବହୁ ଆଲୋଚନା ପରେ ଏହି ପଦକ୍ଷେପ ନେଲି। 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!