ଗଛରେ ପିଟି ହେଲା ବସ୍‌; ୨୦ ଆହତ

ବାରିପଦା,୮ା୪ : ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଏକ ବସ୍‌ ସୋମବାର ପିଟି ହେବାରୁ ୨୦ରୁ ଅଧିକ ଆହତ ହୋଇଛନ୍ତି। ବସ୍‌ଟି ରାଉରକେଲାରୁ ମୁର୍ସିଦାବାଦ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।ମୟୂରଭଂଜ ବାଙ୍ଗିରିପୋଷି ଘାଟିରେ  ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ବସ ଡ୍ରାଇଭର ଗୁରୁତର ଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବସଟି ଭାରସାମ୍ୟ ହରାଇ ପାହାଡରେ ପିଟି ହୋଇଯାଇଛି । ଫଳରେ ଡ୍ରାଇଭର ଚାପି ହୋଇ ଗୁରୁତର ଆହତ ହୋଇଛନ୍ତି । ୨୦ରୁ ଅଧିକ ଆହତ ଯାତ୍ରୀ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ଏକ ବଡ଼ ପଥରରେ ବସ୍‌ଟି ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଛି। ବସ୍‌ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର ରାଉରକେଲା ଅଞ୍ଚଳର ବୋଲି ଜଣାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!