ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ହେବ ବନକଲାଗି ନୀତି

 ପୁରୀ ,୯।୪: ଆସନ୍ତାକାଲି ପୁରୀ ଶ୍ରୀମନ୍ଦିରରେ   ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି ବୁଧବାର ଦିନ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ପୁଣି ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିପାରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!