ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।   ଏହି ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।  ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!