ଭୁବନେଶ୍ୱର,୧୦।୪: ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ନୂଆ ବସଷ୍ଟାଣ୍ଡକୁ ବିରୋଧ ଏବଂ ପୁରୁଣା ବସଷ୍ଟାଣ୍ଡକୁ ଆଧୁନୀକରଣ ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି । କଣ୍ଟାବାଞ୍ଜି ନଗର କମିଟି ଏବଂ ଅନ୍ୟ ଅନୁଷ୍ଠାନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହି ପ୍ରତିବାଦରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ କେବଳ ଶିକ୍ଷାନୁଷ୍ଠାନ ଏବଂ ଜରୁରୀ ସେବାକୁ ଛାଡ଼ି ଦୋକନ ବଜାର ସହ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିବ । ଏହି ବନ୍ଦ ଯୋଗୁଁ ସାଧାରଣ ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |