ଭୁବନେଶ୍ୱର, ୧୦।୪: ଓଆରଏଚ୍ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି।ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟ୍କା । (ORHDC) ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ତାଙ୍କ ଆବେଦନକୁ ଖାରଜ କରି ନିମ୍ନ ଅଦାଲତଙ୍କ ରାୟକୁ କାଏମ୍ ରଖିଛନ୍ତି ହାଇକୋର୍ଟ । ମୋକିମ୍ଙ୍କ ସହିତ ପୂର୍ବତନ ଆଇଏଏସ୍ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଲେଖାଏଁ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ। ସେମାନଙ୍କୁ ଜେଲ୍ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଲଗାଇଥିଲେ କୋର୍ଟ। ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |