ଭୁବନେଶ୍ୱର,୧୦ା୪:ଟାଟୁ କରିପାରିବେନି ପୋଲିସ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ କାର୍ଯ୍ୟରତ ଯବାନମାନଙ୍କୁ ଟାଟୁ କରିବାକୁ ମନା କରାଯାଇଛି । ଦେହରେ ଟାଟୁ ଥିଲେ ତୁରନ୍ତ ଲିଭାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି କମିଶନରେଟ ଡିସିପି (ସିକ୍ୟୁରିଟି) । ସେମାନଙ୍କ ଦେହରେ ଟାଟୁ ଥିଲେ ୧୫ ଦିନର ଭିତରେ ନଲିଭାଇଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି (ସିକ୍ୟୁରିଟି) କହିଛନ୍ତି ।କମିଶନରେଟ ଡିସିପିଙ୍କ (ସିକ୍ୟୁରିଟି) ପକ୍ଷରୁ ଏନେଇ ଏକ ନିର୍ଦ୍ଦେଶାନାମା ଜାରି କରାଯାଇଛି । ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବ ନାହିଁ । ଡ୍ୟୁଟି ସମୟରେ ଖାକି ସହ ଟାଟୁର ଚିତ୍ର ଆଖିକୁ ଦେଖାଯିବା ଅନୁମତି ନାହିଁ । ଯବାନଙ୍କ ଦେହରେ ଟାଟୁ, ବାଟାଲିୟନର ଭାବମୂର୍ତ୍ତି ଏବଂ ଓଡ଼ିଶା ପୋଲିସର ଅକ୍ଷୁର୍ଣ୍ଣତାକୁ ଖରାପ କରୁଛି । ତେଣୁ ଏଭଳି ଏକ ଶୃଙ୍ଖଳିତ ଖାକି ବର୍ଦ୍ଦି ପିନ୍ଧୁଥିବା ଯବାନଙ୍କ ବେଶରେ ଯେପରି କୌଣସି ଖରାପ ଚିତ୍ର ନହୁଏ ସେନେଇ ଏଭଳି ଏକ ନିଷ୍ପତ୍ତି ନିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |