ଭୁବନେଶ୍ୱର,୧୧।୪:ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ମଧ୍ୟ ସକ୍ରିୟ ରହିଛି । ଏଥିପାଇଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ତେଣୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଦେଖିବାକୁ ଗଲେ କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଏନେଇ ବରଗ ଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼ ଏହିସବୁ ଜିଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ୧୦ ଜିଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |