ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ

ଭୁବନେଶ୍ୱର :  ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ରାଜ୍ୟ ବିଧାନସଭାର ଦୁଇଜଣ ବିଧାୟକଙ୍କର ସଭ୍ୟପଦ ରଦ୍ଦ ହୋଇଛି । ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଏନେଇ ରାଜ୍ୟ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ବାଚସ୍ପତି ରଦ୍ଦ କରିଛନ୍ତି ।ଗତ ମାସ ୨ ତାରିଖରେ ଅରବିନ୍ଦ ବିଜେଡିରୁ ଇସ୍ତଫା ଦେଇଥିଲେ । ଏହାପରେ ୩ ତାରିଖରେ ସେ ବିଜେପିରେ ସାମିଲ ହୋଇଥିଲେ । ସେହିପରି ଗତ ଫେବୃଆରୀ ମାସ ୯ ତାରିଖରେ ପ୍ରେମାନନ୍ଦ ବିଜେଡିରୁ ଇସ୍ତଫା ଦେଇଥିବା ବେଳେ ପରବର୍ତ୍ତୀ ସମୟରେ ବିଜେପିରେ ସାମିଲ ହୋଇଥିଲେ । ତେଣୁ ଏହି ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ବାଚସ୍ପତିଙ୍କୁ ବିଜେଡି ପକ୍ଷରୁ ଚିଠି କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!