୧୪ ତାରିଖରୁ ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କୁ ରୋକିବେ ସେବାୟତ

ପୁରୀ,୧୨।୪: ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି।  ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ବଡ଼ ପଦକ୍ଷେପ ନେଇଛନ୍ତି।  ଅଣହିନ୍ଦୁଙ୍କୁ ରୋକିବେ ସେବାୟତ। ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୪ ତାରିଖରୁ ସିଂହଦ୍ୱାରରେ ୨ ଜଣ ପ୍ରତିହାରୀ ସେବକ ଜଗିବେ।ପ୍ରଥମ ପର୍ଯ୍ୟାୟରେ ସକାଳ ଓ ସନ୍ଧ୍ୟାରେ ରହିବେ। ପରବର୍ତ୍ତୀ ଅବସ୍ଥାରେ ଚାରିଦ୍ୱାରରେ ପ୍ରତିହାରୀ ସେବକ ଜଗିବେ। ପ୍ରତିହାରୀ ନିଯୋଗ ସମ୍ପାଦକ ରାମନାରାୟଣ ଗୋଚ୍ଛିକାରଙ୍କ ପକ୍ଷରୁ ଏନେଇ ଶୁକ୍ରବାର ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!