ଆଜି ଭୁବନେଶ୍ୱର ପ୍ରତିଷ୍ଠା ଦିବସ , ସଜେଇ ହୋଇଛି ରାଜଧାନୀ

ଭୁବନେଶ୍ୱର,୧୩।୪:ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ।   ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ। ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହୋଇଛି। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣା, ଡିସିପି ପ୍ରତୀକ ସିଂ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ବିଧାନସୌଧ ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିବେ। ପରେ ଅତିଥିଙ୍କ ଦ୍ୱାରା ସୂଚନା ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦ୍‌ଘାଟନ କରାଯିବ। ସାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିରୂପେ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି। ଏ ୭୬ ବର୍ଷ ମଧ୍ୟରେ ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର, ଏବେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ। ରୋଜଗାର ପାଇଁ ଅନେକ ଲୋକ ଭୁବନେଶ୍ୱରକୁ ବି ବାଛିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!