ନିର୍ବାଚନୀ ରାଲିରେ ସାମିଲ ହୋଇ ଶିକ୍ଷୟତ୍ରୀ ନିଲମ୍ବିତ

ବୌଦ୍ଧ,୧୩ା୪ :  ନିର୍ବାଚନୀ ରାଲିରେ ସାମିଲ ହୋଇଥିବାରୁ ଜଣେ ଶିକ୍ଷୟତ୍ରୀଙ୍କୁ ନିଲମ୍ବିତ କରାଯାଇଛି । ବୌଦ୍ଧର ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି । ଉକ୍ତ ଶିକ୍ଷୟତ୍ରୀ ଜଣଙ୍କୁ ବୌଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବନ କରିଛନ୍ତି ।ସରକାରୀ ହାଇସ୍କୁଲର ଶିକ୍ଷୟତ୍ରୀଙ୍କୁ ନିର୍ବାଚନ ଅଧିକାରୀ ଦେଲେ ଦଣ୍ଡ। ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ନିଲମ୍ବିତ ହେଲେ ଶିକ୍ଷୟତ୍ରୀ। ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ। ସୂଚନା ଅନୁସାରେ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟଠାରେ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବାଇକ ରାଲି ହୋଇଥିଲା। ଏହି ରାଲିରେ ଶିକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକ ଯୋଗ ଦେଇଥିବା ଅଭିଯୋଗ ହୋଇଥିଲା। ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରିବେ ନାହିଁ। ଏହାର ଖିଲାପ ଯୋଗୁଁ ଶିକ୍ଷୟତ୍ରୀଙ୍କୁ ନିଲମ୍ବିତ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!