ନୂଆଦିଲ୍ଲୀ,୧୩ା୪:ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ। ଆସନ୍ତା ସୋମବାର ସର୍ବୋଚ୍ଚ ଅଦାଲତ ତାଙ୍କ ଆବେଦନର ଶୁଣାଣି କରିବେ ବୋଲି ଦିନ ଧାର୍ଯ୍ୟ କରିଛନ୍ତି।ମଦ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଚଳିତ ମାସ ୯ ତାରିଖରେ ଦିଲ୍ଲୀ ହାଇକୋର୍ଟ ଆପ୍ ନେତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନକୁ ଖାରଜ କରିଦେଇଥିଲେ। ଆବେଦନ ଖାରଜ କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପାଖରେ ପର୍ଯ୍ୟାପ୍ତ ପ୍ରମାଣ ଥିବାରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଗିରଫ କରାଯାଇଥିଲା।ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ଠକେଇ ମାମଲାରେ ଆପ୍ ନେତାଙ୍କୁ ଇଡି ମାର୍ଚ୍ଚ ୨୧ ତାରିଖରେ ଗିରଫ କରିଥିଲା।ମାର୍ଚ୍ଚ ୨୧ରେ ଇଡି କେଜ୍ରିୱାଲଙ୍କୁ ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ କରିଥିବା ବେଳେ ଏହା ବିରୋଧରେ ସେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଦିଲ୍ଲୀ ହାଇକୋର୍ଟ ତାଙ୍କ ଗିରଫଦାରୀକୁ ବୈଧ କହିଥିଲେ। ଏହାକୁ କେଜ୍ରିୱାଲ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |