ଭୁବନେଶ୍ୱର,୧୫।୪: ରାଜ୍ୟର ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୫ ଦିନ ଅସହ୍ୟ ଝାଞ୍ଜି ବହିବା ପୂର୍ବାନୁମାନ କରାଯାଇଛି। ଏହାକୁ ନେଇ ଓଡ଼ିଶା ରାଜ୍ୟ ସ୍ବତନ୍ତ୍ର ରିଲିଫ୍ କମିସନର (ଏସଆରସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଭିତରେ ଶ୍ରମିକଙ୍କୁ କାମ ନ କରାଇବାକୁ ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି ।ପ୍ରବଳ ଖରାରେ କାମ କରାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଏସଆରସି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶର ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଏସଆରସି ନେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |