ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ୨୫ ଯାଏଁ ହେବ ନାମାଙ୍କନ ଦାଖଲ ହେବାକୁ ଥିବାବେଳେ ୨୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୯ରେ ନାମାଙ୍କନ ପ୍ରତ୍ୟାହାର ରହିଛି । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କଲେ ନିର୍ବାଚନ କମିଶନ । ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ଓଡ଼ିଶାରେ ମେ ୧୩ରେ ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଓଡ଼ିଶା ସମେତ ୧୦ଟି ରାଜ୍ୟ ପାଇଁ ପ୍ରକାଶ ପାଇଛି । ୧୦ଟି ରାଜ୍ୟର ୯୬ଟି ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ହେବ ଭୋଟ ଗ୍ରହଣ ।କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!