କଟକରେ ନିର୍ମାଣ କାମ ବେଳେ ଦୁର୍ଘଟଣା

କଟକ,୧୯ା୪:କଟକରେ ନିର୍ମାଣ କାମ ବେଳେ ଦୁର୍ଘଟଣା । ମାଟି ଧସିଯିବାରୁ ଅତଡ଼ା ତଳେ ଚାପି ହୋଇଗଲେ ଶ୍ରମିକ । ଏଭଳି ଅଘଟଣ ଘଟିଛି  କଟକ ମାଲଗୋଦାମ ଅଞ୍ଚଳରେ । ନିର୍ମାଣ କାମ ଚାଲୁଥିବା ବେଳେ ହଠାତ ମାଟି ଅତଡ଼ା ଧସି ଯାଇଥିଲା। ଏହା ତଳେ ଚାପି ହୋଇଯାଇଥିଲେ କାମ କରୁଥିବା ଶ୍ରମିକ । ଅଣନିଶ୍ବାସୀ ହୋଇ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ, ଅନ୍ୟ ସାଥୀ ଶ୍ରମିକ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ।ଏହାସହ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ସମସ୍ତେ ମିଶି ଶ୍ରମିକଙ୍କୁ ମାଟି ଅତଡ଼ା ତଳୁ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ଶ୍ରମିକଙ୍କଘର ଜଗତସିଂହପୁରେ ବୋଲି ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!