ମହାନଦୀରେ ବୁଡିଲା ଡଙ୍ଗା,୨ ମୃତ, ୭ ନିଖୋଜ

ଭୁବନେଶ୍ୱର,୧୯।୪:ମହାନଦୀରେ ବୁଡିଲା ଡଙ୍ଗା । ଏକ ଯାତ୍ରୀବାହୀ ଡଙ୍ଗା ମହାନଦୀରେ ବୁଡି ଯାଇଛି । ମହାନଦୀରେ ଏକ ଡଙ୍ଗା ବୁଡ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ନିଖୋଜ ଅଛନ୍ତି। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ ଛୁଆ ଥିଲେ। ସେମାନେ ସମସ୍ତେ ଶରଧା ଗାଁରୁ ବରଗଡ଼ ଜିଲ୍ଲା ବାଞ୍ଜିପାଲିକୁ ଯାଉଥିବା ବେଳେ ଦିନ ପ୍ରାୟ ଅଢ଼େଇଟା ବେଳେ ଏହି ଅଘଟଣ ଘଟିଥିଲା। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।  ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!