ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ, ଅଂଶୁଘାତରେ ଜଣକ ମୃତ୍ୟୁ

ଭୁବନେଶ୍ୱର,୧୯।୪: ସାରା ରାଜ୍ୟରେ ତାତିର ପ୍ରକୋପ ଜାରି ରହିଛି। ଅସହ୍ୟ ତାତି ଯୋଗୁଁ ରାଜ୍ୟବାସୀ କଲବଲ ହେଉଛନ୍ତି। ସକାଳ ୮ ଟାରୁ ସୂର୍ଯ୍ୟଙ୍କ ପ୍ରଖର କିରଣ ଆରମ୍ଭ ହୋଇଯାଉଛି। ରାଜ୍ୟରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ୩୨ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ୪୩ ଡିଗ୍ରି ଉପରେ ୧୦ଟି ସହର ଥିବା ବେଳେ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୪.୩ ଡିଗ୍ରି‌ ରେକର୍ଡ ହୋଇଛି।ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି।ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍‌ ରିଲେଟେଡ୍‌ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି । ୭୧ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ମୟୂରଭଞ୍ଜରୁ ୭, ଅନୁଗୁଳରୁ ୭ ଜଣ ଅଂଶୁଘାତଜନିତ ସମସ୍ୟା ନେଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍‌ ରିଲେଟେଡ୍‌ ଇଲନେସ୍‌ ପାଇଁ ଆଡମିଶନ୍‌ ହୋଇଥିଲେ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!