ଆଜି ରଥଯାତ୍ରା ସମନ୍ୱୟ କମିଟି ବୈଠକ

ପୁରୀ,୨୦।୪: ଆଜି ଅନୁଷ୍ଠିତ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ।  ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ ।କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ।ବୈଠକରେ ଜିଲ୍ଲାପାଳ, ଏସପିଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଓ ସେବାୟତ ଯୋଗଦେବେ । ତେବେ ସମନ୍ୱୟ କମିଟି ବୈଠକ ପୂର୍ବରୁ ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଥର ବୈଠକ ହୋଇସାରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!