ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ,ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ:SRC

ଭୁବନେଶ୍ବର,  ୨୦ା୪ :ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍ କଟ୍ କୁ ନେଇ ଖବର ପ୍ରସାରଣ ପରେ ତତ୍ପର ରାଜ୍ୟ ସରକାର । ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସୋସିଆଲ୍ ମିଡ଼ିଆ X ଜରିଆରେ TPCODL ସିଇଓ ଏବଂ ଶକ୍ତି ବିଭାଗ ସଚିବଙ୍କୁ ଟ୍ୟାଗ୍ କରି SRC ଜଣାଇଛନ୍ତି ।ଭୁବନେଶ୍ୱର ସହର ଭିତରେ ବାରମ୍ବାର ବିଦ୍ୟୁତ କାଟ୍ ଯୋଗୁ ଗ୍ରୀଷ୍ମ ସହ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ଏହି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବାଲେଶ୍ୱରରୁ ଜଣକ ମୃତ୍ୟୁ ହୋଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଏଯାବତ ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍‌ ରିଲେଟେଡ୍‌ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି ।୭୧ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ମୟୂରଭଞ୍ଜରୁ ୭, ଅନୁଗୁଳରୁ ୭ ଜଣ ଅଂଶୁଘାତଜନିତ ସମସ୍ୟା ନେଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍‌ ରିଲେଟେଡ୍‌ ଇଲନେସ୍‌ ପାଇଁ ଆଡମିଶନ୍‌ ହୋଇଥିଲେ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!