ଭିତରକନିକା ମେ’ ପହିଲାରୁ ବନ୍ଦ

କେନ୍ଦ୍ରାପଡ଼ା, ୨୦ା୪: ଆସନ୍ତା ମେ’ ପହିଲାରୁ ବନ୍ଦ ହେବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନ ପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ। ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!