ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେଡି,ବଡ଼ଚଣାରୁ ଲଢ଼ିବେ ବର୍ଷା

ଭୁବନେଶ୍ୱର,୨୦ା୪: ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେଡି । ବଡ଼ଚଣାରୁ ମିଳିଲା ସରପ୍ରାଇଜ୍, ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ବର୍ଷାଙ୍କ ପ୍ରାର୍ଥୀତ୍ୱ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିବା ଗଣେଶ୍ୱର ବେହେରାଙ୍କୁ କେନ୍ଦ୍ରାପଡ଼ା, କେନ୍ଦୁଝରର ବିବାଦୀୟ ନେତା ସନାତନ ମହାକୁଡ଼ଙ୍କୁ ଚମ୍ପୁଆ ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଆସନରୁ ପ୍ରାର୍ଥୀ କରିଛି। ବଡ଼ଚଣାର ୬ ଥରର ବିଧାୟକ ଅମର ଶତପଥୀଙ୍କ ଟିକେଟ କାଟି ଦଳ ଏଥର ବର୍ଷାଙ୍କୁ ମଇଦାନକୁ ଓହ୍ଲାଇଛି।ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି ।ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେପଟେ ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୫ ବିଧାୟକଙ୍କ ଟିକେଟ କାଟିଛି ବିଜେଡି । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ କଟିଥିବା ବେଳେ ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କ ଟିକେଟ ମଧ୍ୟ କଟିଛି । ସେହିପରି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ସହ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ମିଳିନି ଟିକେଟ । ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଲାନି ଦଳ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!