ଏପ୍ରିଲ ୨୫ ତାରିଖରୁ ଖରାଦିନ ଛୁଟି

ଭୁବନେଶ୍ୱର,୨୧।୪:ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସରକାର ଖରାଦିନ ଛୁଟି  ଘୋଷଣା କରିଛନ୍ତି । ଏହାପୂର୍ବରୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଣୋ ହୋଇଥିଲା । ତେବେ ଏପ୍ରିଲ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଯିବେ ଛାତ୍ରଛାତ୍ରୀ । ଏହି ୩ ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପିଲାମାନଙ୍କୁ ସ୍କୁଲରେ ପାଠ ପଢାଯିବ । ଏହାପରେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୫ ତାରିଖର ସମସ୍ତ ସ୍କୁଲରେ ଛୁଟି ପ୍ରଦାନ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!