ଭୁବନେଶ୍ୱର,୨୧।୪:ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେଦିନ ସେ ସୋନପୁରରେ ଜନସଭାକୁ ସମ୍ୱୋଧିତ କରିବେ। ସନ୍ଧ୍ୟା ବେଳେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର।ଆସନ୍ତା ୨୫ ତାରିଖରେ ସୋନପୁରରେ ଜନ ସମାବେଶକୁ ସମ୍ବୋଧନ କରିବେ ଶାହ । ପରେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ନିର୍ବାଚନୀ ରଣନୀତି ନେଇ ଦଳୀୟ କର୍ମକର୍ତ୍ତାଙ୍କ ସହ ଅମିତ ଶାହ ଆଲୋଚନା କରିବେ । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଥିବା ବେଳେ ବିଜେପିର ହେଭିୱେଟ ଅମିତ ଶାହ ପ୍ରଚାର କରିବେ ।ବଲାଙ୍ଗିର ଲୋକସଭା ନିର୍ବାଚନମଣ୍ଡଳୀର କଣ୍ଟାବାଞ୍ଜିରେ ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ସେହି ସଂସଦୀୟ କ୍ଷେତ୍ରର ସୋନପୁରକୁ ଆସୁଛନ୍ତି ଅମିତ ଶାହ। ସେ ସେଠାରେ ସାଧାରଣ ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ନେଇ ପଶ୍ଚିମ ଓଡ଼ିଶାର ନେତାଙ୍କ ଭିତରେ ଉତ୍ସାହ ଦେଖାଦେଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |