ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା , ୧୯ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର,୨୨ା୪:ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି।   ଆଜି ସିଭିୟର ହିଟ୍ଓ୍ବେଭ୍ ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର ସକାଳୁ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ବାୟୁଚଳା ଚଳ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ଆଜି ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୟାଗଡ, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଏବଂ ନୂଆପଡାରେ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖରେ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, ନୂଆପଡା, କୋରାପୁଟ ଏବଂ ମାଲକାନଗିରିରେ ଝଡତୋଫାନ ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!