ଭୁବନେଶ୍ୱର,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର-୧ ପରୀକ୍ଷାକୁ ବାତିଲ କରାଯାଇଛି । ମଧୂସୁଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ମୋଟ ୨୮ଟି କଲେଜରେ ଏହି ପରୀକ୍ଷାକୁ ରଦ୍ଦ ହୋଇଥିବା ଜଣାଯାଇଛି । ତେବେ ପରୀକ୍ଷାରେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ନେଇ ଅଭିଯୋଗ ହୋଇଥିଲା । ତେଣୁ ଏହି ପରୀକ୍ଷାରେ ଛାତ୍ରଛାତ୍ରୀମାନେ ଦ୍ୱନ୍ଦ୍ୱରେ ପଡ଼ି ଯାଇଥିଲେ । ତେବେ ଏହି ପେପର-୧ ପରୀକ୍ଷାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପରୀକ୍ଷା ବାତିଲ ହେବା ନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଆଉଟ୍ ଅଫ୍ ସିଲାବସ୍ ପ୍ରଶ୍ନପତ୍ର ପଡ଼ିଲା। ଏହାକୁ ଦେଖି ତେଜିଲେ ଛାତ୍ରଛାତ୍ରୀ। ଏହି ପ୍ରଶ୍ନପତ୍ରରେ ପରୀକ୍ଷା ଦେବା ସମ୍ଭବ ନୁହେଁ ବୋଲି ରୋକଠୋକ ଶୁଣାଇ ଦେଲେ। ଏହାପରେ ଶେଷରେ ବାତିଲ ହୋଇଛି LLB ଷଷ୍ଠ ସେମିଷ୍ଟର ପେପର-୧ ପରୀକ୍ଷା । ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୮ କଲେଜର ପେପର-୧ ପରୀକ୍ଷା ଆଜି ବାତିଲ ହୋଇଛି। ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।ବର୍ତ୍ତମାନ ପଢ଼ା ଯାଉଥିବା କୋର୍ସରେ ତାହା ନ ଥିବା ବେଳେ ପୁରୁଣା ପାଠରୁ ପଡ଼ିଛି ପ୍ରଶ୍ନ । ତେଣୁ ସିଲାବସ୍ ଅନୁଯାୟୀ ରାତି ଦିନ ପରିଶ୍ରମ ପରେ ଆଉଟ୍ ଅଫ୍ ସିଲାବସ୍ରେ ପରୀକ୍ଷା ଦେବା ସମ୍ଭବପର ନୁହେଁ ବୋଲି ରୋକଠୋକ ଶୁଣାଇ ଦେଲେ ବିଭିନ୍ନ କଲେଜର ଛାତ୍ରଛାତ୍ରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |