କଟକ,୨୨ା୪:ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ ହୋଇଛି। ସମସ୍ତ ପକ୍ଷଙ୍କ ଯୁକ୍ତି ଉପସ୍ଥାପନ ପରେ ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ। ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ଗତ ଜାନୁୟାରୀ ୨ରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ଏପରି କି ପୋଲିସ ରୁଜୁ କରିଥିବା ମାମଲାରେ ମନ୍ତ୍ରୀ ଜେନାଙ୍କ ନାମ ଅଭିଯୁକ୍ତଙ୍କ ତାଲିକାରେ ରହିଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଲିସ ଜେନାଙ୍କ ନାମକୁ ଚାର୍ଜଶିଟ୍ରୁ କାଟି ଦେଇଥିଲା। ଏହାକୁ ବିରୋଧ କରି ମୃତ କୁଳମଣିଙ୍କ ପୁଅ ରମାକାନ୍ତ ଜେଏମ୍ଏଫ୍ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ ଦାୟର କରିଥିଲେ।୨୦୨୧ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳ (୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ହୋଇଥିଲା ମାମଲା । ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିଲା। ଏହାକୁ ନେଇ ପ୍ରତିପକ୍ଷ ଲଢ଼େଇ ଜାରି ରଖିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |