ମେଡିସିନ୍ ପାଇଁ ମନୋହର କ୍ରିଷ୍ଣା, ଟେନିସ୍ ଖେଳାଳି ରୋହନ ବୋପାନ୍ନାଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୨ା୪:ପୂର୍ବତନ ଉପରାଷ୍ଟ୍ରପତି ଏମ୍. ଭେଙ୍କେୟା ନାଇଡୁଙ୍କୁ ପଦ୍ମ ପୁରସ୍କାର ପ୍ରଦାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ସମାଜସେବା ପାଇଁ ବିନ୍ଦେଶ୍ୱର ପାଠକଙ୍କୁ ମରଣୋତ୍ତର ଭାବେ ପ୍ରଦାନ କରାଯାଇଛି ପଦ୍ମ ବିଭୂଷଣ । କଳା କ୍ଷେତ୍ରରେ ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀ ପଦ୍ମା ସୁବ୍ରମଣ୍ୟଙ୍କୁ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିବା ବେଳେ ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଓ କଣ୍ଠଶିଳ୍ପୀ ଉଷା ଉଥୁପଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ସେହିପରି ମେଡିସିନ୍ ପାଇଁ ମନୋହର କ୍ରିଷ୍ଣା, ଟେନିସ୍ ଖେଳାଳି ରୋହନ ବୋପାନ୍ନାଙ୍କୁ ପ୍ରଦାନ କରପାଯାଇଛି ପଦ୍ମଶ୍ରୀ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଏ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!