ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୨ା୪:ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ  ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ଏ ନେଇ ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଟୁଇନ ସିଟି କଟକ ଓ ଭୁବନେଶ୍ବର ସହିତ ୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ରାୟଗଡ଼ା, ଗଞ୍ଜାମ, କଟକ, ପୁରୀ, ବରଗଡ଼, ନୟାଗଡ଼ ଓ ଖୋର୍ଦ୍ଧା ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଅଞ୍ଚଳରେ କାଳବୈଶାଖୀ ସମେତ ଘଡ଼ଘଡ଼ି ସହ ବର୍ଷା ହେବ। ପବନ ଓ ବର୍ଷା ହେବାକୁ ଥିବାରୁ ଏହି କାଳବୈଶାଖୀ ପ୍ରଭାବରେ ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। କାଳବୈଶାଖୀ ଓ ବଜ୍ରପାଦ ପାଇଁ ଲୋକେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!