ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ହେବା ଦରକାର

ଭୁବନେଶ୍ୱର,୨୫।୪: ସୋନପୁରରେ ବିଜେପିର ବିଜୟ ସଂକଳ୍ପ ସମାରୋହରେ ଗୃହ ମନ୍ତ୍ରୀ ଅମିତ ଶାହ ଯୋଗଦେଇ ଓଡ଼ିଶାରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଥିଲେ। କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା ସରକାର ଗଢିବାକୁ କହିଛନ୍ତି। ଏପରିକି ରାଜ୍ୟରେ ଭାଜପା ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଆଉ ବାହାର ରାଜ୍ୟକୁ ପେଟ ପୋଷିବା ପାଇଁ ଯିବାକୁ ପଡିବ ନାହିଁ ବୋଲି ମଧ୍ୟ ସେ କହିଛନ୍ତି।  ଓଡ଼ିଶାରେ ୨୦ଟି ଲୋକସଭା ଆସନ ଜିତିବା କି ନାହିଁ ଏବଂ ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ବନେଇବା କି ନାହିଁ ବୋଲି ସାଧାରଣ ସଭାରେ କର୍ମୀମାନଙ୍କୁ ପ୍ରଶ୍ନ କରିଥିଲେ। ଓଡ଼ିଶାର ସମୃଦ୍ଧି ଓ ବିକାଶ ପାଇଁ ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ହେବା ଦରକାର। ଓଡ଼ିଶାରେ ବିଜେପି ସରକାର ବନାଇବା ଏବଂ କେନ୍ଦ୍ରରେ ନରେନ୍ଦ୍ର ମୋଦୀଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିବାକୁ ବୋଲି ଗୃହମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଥିଲେ।ଜନସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶାହ। କହିଲେ, ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛି ଏଠାକାର ସରକାର। ଓଡ଼ିଆ ଭାଷା, ସଂସ୍କୃତି ଗୌରବରୁ ବଞ୍ଚିତ ରଖିଛି। ସବୁଠୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି। ଓଡ଼ିଶା ଲୋକ ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟ ଯାଉଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ବିଜେପି ସରକାର ବନାନ୍ତୁ। ବିଜେପି ସରକାର ଆସିଲେ ଜଣେ କାହାକୁ ବାହାର ରାଜ୍ୟ ଯିବାକୁ ପଡ଼ିବନି।ସେ ଆହୁରି କହିଛନ୍ତି, ଏଠାକାର ସରକାର ରାମ ମନ୍ଦିର ଉତ୍ସବକୁ ଡାଇଭର୍ଟ କରିବାକୁ ଚେଷ୍ଟା କଲେ। କିନ୍ତୁ ମୋ ଓଡ଼ିଶାବାସୀ ରାମ ମନ୍ଦିର ଉତ୍ସବକୁ ପାଳନ କଲେ। ମୋଦି ଆତଙ୍କବାଦ, ନକ୍ସଲବାଦକୁ ସମାପ୍ତ ପାଇଁ ଚେଷ୍ଟିତ। ମୋଦି ସରକାର ପାକିସ୍ତାନରେ ପଶି ସର୍ଜିକାଲ ଷ୍ଟ୍ରାଇକ କଲେ। ଦେଶକୁ ସୁରକ୍ଷିତ ରଖିବା ପାଇଁ ପାକିସ୍ତାନରେ ପଶି ଷ୍ଟ୍ରାଇକ କଲେ। ମୋଦି ସରକାର ଗରିବଙ୍କୁ ଚାଉଳ ଦେଲେ, ନବୀନ ନାଁ ନେଉଛନ୍ତି। ମୋଦି ଚାଉଳ ଦେଉଛନ୍ତି, ନବୀନ ସେଥିରେ ଷ୍ଟାମ୍ପ ମାରି ମିଛ କହୁଛନ୍ତି। ଓଡ଼ିଶାବାସୀଙ୍କୁ ଆୟୁଷ୍ମାନ ଭାରତ ସୁଫଳ ମିଳୁନାହିଁ। ନବୀନ ବାବୁଙ୍କୁ ଡର ଲାଗୁ ହେଲେ ମୋଦି ନାଁ ନେଇଯିବେ।ବିଜେପି ସରକାର ବନାନ୍ତୁ, ଆୟୁଷ୍ମାନ ଯୋଜନା ଲାଗୁ ହେବ। କପଡ଼ା, ଆଗ୍ରୋ ଇଣ୍ଡଷ୍ଟ୍ରୀ ଏଠାରେ କରିବୁ, ଲୋକ ବାହାରକୁ ଯିବେନି। ମୋଦିଙ୍କ ସବୁ ଅନୁଦାନକୁ ଏଠା ସରକାର ନିଜ ନାଁରେ ନେଇଯାଉଛି। ନବୀନ ବାବୁଙ୍କ ଫଟୋ ଲଗାଇ ସବୁ ନିଜ ନାଁରେ ନେଇଯାଉଛନ୍ତି। ଓଡ଼ିଶାବାସୀ ଜାଣିଛନ୍ତି ଚାଉଳ, ଘର ମୋଦି ହିଁ ଦେଉଛନ୍ତି। କାଶୀ ବିଶ୍ୱନାଥ ଭଳି ପୁରୀକୁ ସାରା ବିଶ୍ୱରେ ମହିମାମଣ୍ଡିତ କରାଯିବ। ସବୁଠାରୁ ଅଧିକ ଖଣିଜ ସଂପଦ ଏଇଠି, ସବୁଠାରୁ ଅଧିକ ଗରିବ ବି ଏଇଠି। ରାଜ୍ୟ ସରକାର ଓଡ଼ିଶାର ଖଣିଜ ସଂପଦକୁ ଲୁଟି ଚାଲିଛନ୍ତି। ବିଜେପି ସରକାର ବନାନ୍ତୁ, ଖଣିଜ ସଂପଦର ସୁବିନିଯୋଗ ହେବ। ଏଭଳି କହି ରାଜ୍ୟ ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି ଅମିତ ଶାହ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!